୨୦୨୨ ମସିହା, ଏପ୍ରିଲ ମାସ ୨୪ ତାରିଖ, ରବିବାର, ମେଷ ମାସ ୧୧ ଦିନ, ବୈଶାଖମାସ କୃଷ୍ଣପକ୍ଷ, ନବମୀ ତିଥି, ଶ୍ରବଣା ନକ୍ଷତ୍ର ସନ୍ଧ୍ୟା ୫ ଟା ୫୨ମିନିଟ୍ ପରେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଶୁଭ ଯୋଗ ରାତି ୧୧ ଟା ୩ ମିନିଟ୍ ପରେ ଶୁକ୍ଳ ଯୋଗ । ତୈତିଳ କରଣ ଦିବା ୩ଟା ୩୯ମିନିଟ୍ ପରେ ଗର କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୨ଟା ୫୩ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୧ମିନିଟ୍ ରୁ ୧ଟା ୨୦ମିନିଟ୍, ରାତ୍ରି ୧ଟା ୧୦ମିନିଟ୍ ରୁ ୨ଟା ୩୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୭ମିନିଟ୍ ରୁ ୯ଟା ୩୮ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ୯ଟା ୫ମିନିଟ୍, ରାତ୍ର ୧୨ଟା ୮ମିନିଟ୍ ରୁ ରାତ୍ର ୧ଟା ୯ମିନିଟ୍, ରାତ୍ର ୨ଟା ୩୫ମିନିଟ୍ ରୁ ୩ଟା ୯ମିନିଟ୍ ।
ମେଷ:-ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନା ଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:-ଦୂରଯାତ୍ରାରେ ସଫଳ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ବ୍ୟବସାୟରେ ଲାଭବାନ୍ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳ ମୁହାଁ ହେବେ । ପୁରାତନ ରୋଗ ପୀଡ଼ାର ଉପଶମ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:-ସମସ୍ତ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବିଚ୍ଛା:-ଶରୀର ସୁସ୍ଥ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହେବ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାହିତ୍ୟ, କଳା, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ । ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-କିଛି ନୂତନ କର୍ମ ଆରମ୍ଭ କରିବା ପାଇଁ ସମ୍ପର୍କୀୟଙ୍କ ସହ ଆଲୋଚନା କରି ପ୍ରଶଂସା ପାଇବେ । ଦୂରଯାତ୍ରାରେ ସଫଳ ହେବେ । ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ଉତ୍ତମ ରୋଜଗାର ମିଳିବ । ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।