ଦୈନିକ ରାଶିଫଳ: ୨୪ ଅଗଷ୍ଟ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ ଚିନ୍ତା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ନିଜଲୋକଙ୍କ ସହଯୋଗରେ ଆଗକୁ ବଢିପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ।ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସନ୍ତୋଷ ଦେଖାଦେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଶୁଭ ସୂଚନା ପାଇ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରି ପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ରାଜନୀତିରେ ଶୁଭ ସମାଚାର ମିଳି ପାରେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ଅପେକ୍ଷା କରନ୍ତୁ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ କିନ୍ତୁ ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରି ପାରନ୍ତି। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ସମସ୍ତ ଚିନ୍ତାରୁ ମୁକ୍ତି ହୋଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କୁମ୍ଭ:-

ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମପ୍ରତି ଉତ୍ସାହ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!