ଦୈନିକ ରାଶିଫଳ: ୨୪ ଅଗଷ୍ଟ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟମାସ ୨୪ ତାରିଖ, ସୋମବାର, ସିଂହ ମାସ ୯ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ସ୍ଵାତୀନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ନିମ୍ବ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍, ରାତ୍ର ୧୧ଟା ୪୯ମିନିଟ୍ ରୁ ୨ଟା ୨୮ମିନିଟ୍। ପର୍ବଦିନ- ଷଠୀ ଓଷା, ସୋମନାଥ ବ୍ରତ ଆରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧନଲାଭ ହେବାରୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶତୃମାନେ ପରାଜିତ ହେବା ସହ ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ବ୍ୟବସାୟୀକ ସ୍ଥିତି ସାମାନ୍ୟ ବଦଳିବା ସହ ମାନସିକ ଚିନ୍ତା ଦୂର ହେବ। ନୂତନ କାର୍ଯ୍ୟରେ ଉନ୍ନତି ହୋଇ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦକ୍ଷତାକୁ କେନ୍ଦ୍ରକରି ବହୁତ ଲାଭ ଉଠାଇ ପାରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନେ ଲଜ୍ଜିତ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସହଯୋଗ ପାଇ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସାମାଜିକ ପତିଆରା ଅମଳିନ ରହିବ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଲାଭର ପରିମାଣ ଅଧିକ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ପୂରଣ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ପରାଜିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବା ସହ ମାନସିକ ଚିନ୍ତା ଦୂର ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ।  ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପଢାପଢିରେ କୌଣସି ଅସୁବିଧା ହେବ ନାହିଁ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି  ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!