ଦୈନିକ ରାଶିଫଳ: 24 ଅଗଷ୍ଟ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୪ତାରିଖ, ବୁଧବାର, ସିଂହମାସ ୮ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି ସକାଳ ୮ଟା ୩୦ମିନିଟ୍ ପରେ ତ୍ରୟୋଦଶୀତିଥି, ପୁନର୍ବସୁ ନକ୍ଷତ୍ର ଦିବା ୧ଟା ୩୮ମିନିଟ୍ ପରେ ପୁଷ୍ୟା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର ସକାଳ ୬ଟା ୫୬ମିନିଟ୍ ପରେ କର୍କଟ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ । ତୈତିଳ କରଣ ସକାଳ ୮ଟା ୩୦ମିନିଟ୍ ପରେ ଗର କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର ସକାଳ ୬ଟା ୫୬ମିନିଟ୍ ପର୍ଯ୍ୟନ୍ତ । ପୋଇ, ମସୁରଡାଲି ନ ଖାଇଲେ ଭଲ ସକାଳ ୮ଟା ୩୦ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ସକାଳ ୮ଟା ୩୦ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍, ଦିବା ୧୧ଟା ୪୮ମିନିଟ୍ ରୁ ଦିବା ୧ଟା ୨୩ମିନିଟ୍, ରାତ୍ରି ୨ଟା ୪୧ମିନିଟ୍ ରୁ ୪ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୧୦ଟା ୩୯ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୨ଟା ୪୦ମିନିଟ୍, ରାତ୍ର ୪ଟା ୮ମିନିଟ୍ ରୁ ୫ଟା ୩୨ମିନିଟ୍ । ପର୍ବଦିନ- ଦ୍ଵାପର ଯୁଗାଦି ଶ୍ରାଦ୍ଧ, ବୁଧିବାମନ ଓଷା ଦ୍ଵିତୀୟ ପାଳି ।

ମେଷ:-ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଛାତ୍ର ଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରୀକ୍ଷା ପ୍ରତିଯୋଗିତାରେ ଓ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପାରିବାରିକ ଜୀବନରେ ସୁଧାର ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କନ୍ୟା:-ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ମନରେଥିବା କାମନା ପୂର୍ଣ୍ଣ ହେବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ତୁଳା:-ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ନୂତନ କାମ ଆରମ୍ଭ କରିପାରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ । ନିବେଶ ଆଦିରେ ଲାଭ ହେବ । ଶାରୀରିକ ସୁସ୍ଥତା ଅନୁଭବ କରିବେ । କାରବାରରେ ଲାଭ ହୋଇ ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ । କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ । ଛାତ୍ରଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!