ସାପ୍ତାହିକ ରାଶିଫଳ: ଅଗଷ୍ଟ ୨୪  ତାରିଖ ରୁ ଅଗଷ୍ଟ୩୦, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅଟକିଥିବା ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ। ସାଧାରଣ ଲୋକଙ୍କ ସହ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର-ହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଣସି ପ୍ରିୟ ଜିନିଷକୁ ହରେଇ ବସିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ତଳମୁହାଁ ହେବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ  ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା ଧନ ଲାଭ ହେବ। ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ। ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା  ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!