ଦୈନିକ ରାଶିଫଳ: 24 ଡିସେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୨୪ତାରିଖ, ଗୁରୁବାର, ଧନୁମାସ ୧୦ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଦଶମୀତିଥି, ଅଶ୍ଵିନୀନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୩ମିନିଟ୍ ରୁ ୭ଟା ୪୭ମିନିଟ୍, ସନ୍ଧ୍ୟା ୬ଟା ୪ମିନିଟ୍ ରୁ ରାତ୍ର ୯ଟା ୩୩ମିନିଟ୍। ପର୍ବଦିନ:-ସୁଦଶା ବ୍ରତ, ମାଣବସା ଗୁରୁବାର ଶେଷ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତି ମାମଲାରେ ସଫଳତା ମିଳିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ବାପାଙ୍କ ଠାରୁ ସହଯୋଗ ପାଇ ପାରିବାରିକ ସୁଖ ପ୍ରାପ୍ତି ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-

ଶରିର ସୁସ୍ଥ ରହିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବ୍ୟବସାୟ କ୍ଷେତ୍ର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସ୍ୱାସ୍ଥ୍ୟ ଠିକ୍ ରହି ପାରେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗ ରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭହେବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ପୂର୍ଣ୍ଣ ହେବ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-

ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂରହେବ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଦୂରଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ସାଧାରଣ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!