ଦୈନିକ ରାଶିଫଳ: ୨୪ ଡିସେମ୍ବର ୨୦୧୮, ଖରାପ ସମୟର ହେବ ଅନ୍ତ, ଆଜି ମହାଦେବ କରିବେ ଏହି ରାଶି ର ସମସ୍ତ ଇଚ୍ଛା ପୂରଣ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ଡିସେମ୍ବର ୨୦୧୮

ମେଷ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉତ୍ତମ ରୋଜଗାର ମିଳିବ ଓ ନୂତନ କର୍ମ ନିଯୁକ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ନୂତନ ଯୋଜନାରେ ସଫଳତା ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-

ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଦୂର ସ୍ଥାନକୁ ଯାତ୍ରା କରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ବ୍ୟବସାୟରେ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ  ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମହିଳାମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଶ୍ଵେତଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ଆୟ ଉପାର୍ଜନ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ନିମ୍ବ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ରକ୍ତ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ସନ୍ତୋଷ ଅନୁଭବ କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ମହିଳାମାନେ ଭଲ କାମ କରି ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ତୁଳା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:-

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟର ସମାଧାନ ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ ଓ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ଉତ୍ତମ ରୋଜଗାର କରିପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!