ଦୈନିକ ରାଶିଫଳ: ୨୪ ଡିସେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆର୍ଥିକ ସମସ୍ୟା ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର ଅସହାୟାଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ପ୍ରତିକାର ଗଙ୍ଗାଜଳ ସେବନ କରନ୍ତୁ।

କନ୍ୟା:-

ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ବିଚ୍ଛା:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!