ଆଜି କେମିତି ରହିବ ଆପଣଙ୍କ ଦିନ : ୨୪ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ଫେବୃୟାରୀ ୨୦୧୮

ମେଷ-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।  ପରିବହନରେ ବିଶେଷ ଲାଭବାନ ହେବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବୃଷ-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ଶୁଣିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦେବ।

କର୍କଟ-

କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ।  ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି।  ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରାଖୀ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା-

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର-ସୋରିଷତେଲ ପରଟା  କୁକୁରକୁ ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା-

ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ମାଲିମୋକଦ୍ଦମାର ଭୟ ରହିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। 

ବିଛା-

ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ। ପ୍ରତିକାର-ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। 

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ-

ମନ ଓ ଶରୀର ଭଲ ରହିବ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ହେଲେ ମଧ୍ୟ ବ୍ୟୟ ଅଧିକ କରିବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର-ଗାଈକୁ ଘାସ ଖୁଆନ୍ତୁ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଷଣ୍ଢକୁ ଘାସ ଖାଇବାକୁ ଦିଅନ୍ତୁ।

ମୀନ-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର  ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!