ଦୈନିକ ରାଶିଫଳ: ୨୪ ଫ୍ରେବୃୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୪ତାରିଖ, ସୋମବାର, କୁମ୍ଭ ମାସ ୧୨ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ପ୍ରତିପଦ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୫ ରୁ ୭ଟା ୪୦ମି, ଦିବା ୧୦ଟା ୫୧ ରୁ ୧ଟା ୮ମି, ଦିବା ୪ଟା ୨୦ ରୁ ୪ଟା ୫୮ମି, ସନ୍ଧ୍ୟା ୬ଟା ୩୬ ରୁ ରାତି ୯ଟା ୫ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- 

କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟୀମାନେ ଚତୁରତା ସହ କାମ ହାସଲ କରି ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:- 

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଓ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  ଘାତଘାତ

କର୍କଟ:- 

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହୋଇପାରେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ।  ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ।  ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ।  ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ଶତ୍ରୁ ବିରୋଧୀ ମାନେ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରି ପାରିବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:- 

ଶତୃମାନେ ଦୁର୍ବଳ ହେବା ସହ ଆୟରପନ୍ଥା ସହଜ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମୀନ:- 

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!