ଦୈନିକ ରାଶିଫଳ: 24 ଫେବୃୟାରୀ 2021, ଆଜି ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୪ତାରିଖ, ବୁଧବାର, କୁମ୍ଭମାସ ୧୩ଦିନ, ମାଘମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର, ସକାଳ ୭ଟା ୯ମିନିଟ୍ ଗତେ କର୍କଟ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୬ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୪ମିନିଟ୍ ରୁ ୭ଟା ୪୫ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧ଟା ୫୬ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୬ଟା ୩୭ମିନିଟ୍ ରୁ ରାତ୍ର ୧୦ଟା ୪୩ମିନିଟ୍ । ପର୍ବଦିନ- ବରାହ ଦ୍ଵାଦଶୀ, ବରାହ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ । ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର, ଖେଳ, କୁଦ ଓ ପ୍ରତିଯୋଗିତାରେ ଉନ୍ନତି କରିବା ପାଇଁ ପ୍ରୟାସ ରତ ହେବେ । ରାଜନୀତି କ୍ଷେତ୍ର ସୁଦୃଢ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମିଥୁନ:-

ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କର୍କଟ:-

ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ପରିବାରରେ ସମୟ ବିତେଇବେ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନପନ୍ଥା ଅନୁସରଣ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । କର୍ମକ୍ଷେତ୍ରରେ ବିଗିଡିଥିବା କାର୍ଯ୍ୟ ଅନ୍ୟର ସାହାଯ୍ୟ ଦ୍ଵାରା ସଜାଡି ପାରିବେ । ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ଅଫିସରେ ଟେନସନ ଦୂର ହେବ । ଚାକିରୀ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନ ଅଶାନ୍ତି ଲାଗିବ । ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସାଧାରଣ ଲୋକ ସମ୍ପର୍କରୁ ନିଜକୁ ପ୍ରତିଷ୍ଠିତ କରିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ହସ-ଖୁସିରେ ସମୟ ବ୍ୟତୀତ ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସାମାଜିକ କାର୍ଯ୍ୟରେ ଯୋଗ ଦେବେ । କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ ହେବା ସହ କୌଣସି ଶୁଭ ସମାଚାର ଶୁଣିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । କର୍ମକ୍ଷେତ୍ରରେ ସୁଧାର ଆସିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଲକ୍ଷ୍ୟ ସିଦ୍ଧିହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ସଫଳ ହେବେ । ଋଣ ଭରଣାରେ ସହଜ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଶତୃମାନେ ଦୂରେଇ ଯିବେ । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧିପାଇ ସୁଖପ୍ରାପ୍ତି ହେବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସନ୍ତୋଷ ଦେଖାଦେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!