ଦୈନିକ ରାଶିଫଳ: 24 ଫେବୃୟାରୀ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨୪ତାରିଖ, ଶୁକ୍ରବାର, କୁମ୍ଭମାସ ୧୨ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ପଞ୍ଚମୀତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ଶୁକ୍ଲ ଯୋଗ ସନ୍ଧ୍ୟା ୬ଟା ୪୭ମିନିଟ ପରେ ବ୍ରହ୍ମ ଯୋଗ। ବବ କରଣ ଦିବା ୧୨ଟା ୫୬ମିନିଟ୍ ପରେ ବାଳବ କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ବେଲ ପଣସ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତ୍ରି ୧୨ଟା ୩୧ମିନିଟ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୯ଟା ୬ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧୨ଟା, ରାତ୍ରି ୮ଟା ୫୨ମିନିଟ୍ ରୁ ୧୦ଟା ୨୬ମିନିଟ୍। ଶୁଭସମୟ- ସକାଳ ୬ଟା ୧୩ମିନିଟ୍ ରୁ ୭ଟା, ସକାଳ ୭ଟା ୪୬ମିନିଟ୍ ରୁ ୯ଟା ୬ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ସନ୍ଧ୍ୟା ୫ଟା ୪୬ମିନିଟ୍, ସନ୍ଧ୍ୟା ୭ଟା ୨୫ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍, ରାତ୍ର ୨ଟା ୪ମିନିଟ୍ ରୁ ରାତ୍ର ୪ଟା ୩୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ବିଦ୍ୟାରେ ଉନ୍ନତି କରିବେ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାରବାରରେ ସୁଧାର ଆସିବା ଫଳରେ ମନ ଭଲ ରହିବ। ରାଜନୀତି ମାମଲାରେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ହରାଇଥିବା ଧନ ପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାନସିକ ଅଶାନ୍ତି ଦେଖାଦେଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ। ମାନସିକ ଅଶାନ୍ତି ଦୂର ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ, ଆୟରସ୍ରୋତ ଖୋଲିଯିବ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ରୋଜଗାର ସମସ୍ୟା ସୁଧୁରି ଯିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ ଓ ଶାନ୍ତି ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ଘରୋଇ କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!