ଦୈନିକ ରାଶିଫଳ: 24 ଜାନୁୟାରୀ ୨୦୨୧, ସୂର୍ଯ୍ୟଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀ ମାସ ୨୪ତାରିଖ, ରବିବାର, ମକରମାସ ୧୧ଦିନ, ପୌଷମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ରୋହିଣୀ ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୧ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୮ଟା ୫୬ମିନିଟ୍, ରାତ୍ର ୧୨ଟା ୨୫ମିନିଟ୍ ରୁ ୧ଟା ୩୪ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ପୁତ୍ରଦା ଏକାଦଶୀ, ରବିନାରାୟଣ ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବାଣିଜ୍ୟ ବ୍ୟବସାୟରେ ଭାଗୀଦାରଙ୍କ ସହ ମତଭେଦକୁ ସମାଧାନ କରିପାରିବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ଶରୀର ପୀଡ଼ା, ଶତ୍ରୁ ବୃଦ୍ଧି ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ି ପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଧାର୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ । ଉତ୍ତମ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରେମିକ ପ୍ରେମିକାମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବାସସ୍ଥାନ ବା ଯାନବାହାନ ନବୀକରଣ କଲେ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ସାମାଜିକ ପ୍ରତିଷ୍ଠା ଯଶ, ମାନ-ସମ୍ମାନ ମିଳିବ । ଶତୃମାନେ ଦୂର ହେବେ । ରୋଜଗାରରେ ଉନ୍ନତି ହେବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଘରୋଇ ଚାକିରୀରେ ସହକର୍ମୀମାନେ କାମର ପ୍ରଶଂସା କରିବେ । ବାସଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶୁଭ କାମ କରି ପ୍ରଶଂସିତ ହେବେ । ଯେଉଁ କାମ ପାଇଁ ବହୁତ ଦିନରୁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସ୍ୱାସ୍ଥ୍ୟ ଭଲ ରହିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିପାରିବେ । ମିତ୍ରଙ୍କ ସହିତ ସମୟ ବିତେଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଆନୁ ଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ କ୍ରୟକରିପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସବୁକିଛି ସୁନ୍ଦର ହିଁ ସୁନ୍ଦର ଦେଖାଦେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!