ଦୈନିକ ରାଶିଫଳ: 24 ଜାନୁୟାରୀ 2023, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୨୪ତାରିଖ, ମଙ୍ଗଳବାର, ମକରମାସ ୧୧ଦିନ, ମାଘମାସ, ଶୁକ୍ଳପକ୍ଷ, ତୃତୀୟାତିଥି ଦିବା ୩ଟା ୨୨ମିନିଟ୍ ପରେ ଚତୁର୍ଥୀତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ରାତ୍ରି ୯ଟା ୩୬ମିନିଟ୍ ପରେ ପରିଘ ଯୋଗ । ଗରକରଣ ଦିବା ୩ଟା ୨୨ମିନିଟ୍ ପରେ ବଣିଜ କରଣ ରାତ୍ର ୧ଟା ୫୩ମିନିଟ ପରେ ବିଷ୍ଟି କରଣ । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ-ପୋଟଳ ନ ଖାଇଲେ ଭଲ ଦିବା ୩ଟା ୨୨ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟ ଦିବା ୩ଟା ୨୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଏବଂ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୫୦ମିନିଟ୍ ରୁ ୯ଟା ୧୩ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୨ଟା ୪୪ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ୮ଟା ୪୪ ମିନିଟ୍ । ଶୁଭସମୟ- ଦିବା ୯ଟା ୧୩ମିନିଟ୍ ରୁ ୧୦ଟା ୫୨ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ୧ଟା ୨୧ମିନିଟ୍, ଦିବା ୪ଟା ୭ମିନିଟ୍ ରୁ ୪ଟା ୪୫ମିନିଟ୍, ସନ୍ଧ୍ୟା ୫ଟା ୨୯ମିନିଟ୍ ରୁ ୬ଟା ୨୧ମିନିଟ୍, ରାତ୍ର ୮ଟା ୫୭ମିନିଟ୍ ରୁ ୧୧ଟା ୩୨ମିନିଟ୍, ରାତ୍ର ୨ଟା ରୁ ୮ମିନିଟ ରୁ ୩ଟା ୫୧ମିନିଟ୍ । ପର୍ବଦିନ- ଶରଣ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଧାର୍ମିକ କ୍ଷେତ୍ରରେ ମନ ବଳାଇବେ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ମନରେ ଦୁଶ୍ଚିନ୍ତା ଓ ଭୟ ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଗୃହ ଜାଗା ଯାନବାହାନ କ୍ରୟ କରନ୍ତୁ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । କୋର୍ଟ କଚେରୀରେ ସଫଳତା ମିଳିବାସହ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ମିଷ୍ଠାନ୍ନ ଭୋଜନ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ । ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ । ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଶତ୍ରୁମାନେ ପରାଜିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କୃଷିଜିବୀମାନେ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ । ମାନସିକ ଦୁଶ୍ଚିନ୍ତା ଦୂରହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଜନ ସମ୍ପର୍କ ବୃଦ୍ଧି ପାଇବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଦାମ୍ପତ୍ୟ କଳହ ଦୂର ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ଆନନ୍ଦିତ ହେବେ । ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!