ଦୈନିକ ରାଶିଫଳ: ୨୪ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ଜୁଲାଇ ୨୦୧୮

ମେଷ:

ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ। ମାଲିମୋକଦ୍ଦମାରେ ପଶିଲେ ଅପଦସ୍ତ ହେବା ସାର ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ କମିଯିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ମିଥୁନ:

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:

କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ:

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:

ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଅନ୍ୟାନ୍ୟ ଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:

ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ବେଖାତିର ଭାବ ଯୋଗୁଁ ଉଚ୍ଚାଧିକାରୀଙ୍କ କୋପ ବଢ଼ିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ନପାରେ। କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!