ଦୈନିକ ରାଶିଫଳ: ୨୪ ଜୁଲାଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଋଣରୁ ମୁକ୍ତି ହେବାପାଇଁ ଯୋଜନା କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ। ମହିଳାମାନେ ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ଧର୍ମକ୍ଷେତ୍ରରେ ଲିପ୍ତ ରହିବେ। ଶତ୍ରୁବାଧା ଦୂରେଇ ଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସାମାଜିକ ପତିଆରା ଅମଳିନ ରହିବା ସହ କିଛି ଅର୍ଥ ଧାର୍ମିକ କ୍ଷେତ୍ରରେ ଦାନ କରିବାକୁ ବାଧ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ପାରିବାରିକକ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। ମହିଳାମାନଙ୍କ ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ଅସହାୟକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଦାମ୍ପତ୍ୟ କଳହ ଦୂର ହେବ। ମନ ଓ ଶରୀର ଭଲ ରହିବ। ଛାତ୍ର ଛାତ୍ରୀମାନଙ୍କର ପଢ଼ାପଡ଼ିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ। ଘରୋଇ କର୍ମଚାରୀଙ୍କ ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକକ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ। ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ। ଯୁବକ ଯୁବତୀମାନଙ୍କର ଆୟ ଉପାର୍ଜନରେ ବାଧା ସୃଷ୍ଟି ହେବନାହିଁ। ପ୍ରେମିକ ପ୍ରେମିକା ମାନଙ୍କର  ହତାଶାଭାବ ଦୂରହେବ। ତିର୍ଥସ୍ଥାନକୁ ଯାତ୍ରା କରି ଉଦରପୀଡ଼ା, ରକ୍ତଚାପ ରୋଗରୁ ମୁକ୍ତି ପାଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ କିନ୍ତୁ ଚିନ୍ତାଧାରା ପୂର୍ଣ୍ଣମାତ୍ରାରେ ଘାରି ରହିବ। ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ। ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ଛାତ୍ରଛାତ୍ରୀମାନେ ଧୈର୍ଯ୍ୟଶୀଳ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଯୁବକ ଯୁବତୀମାନଙ୍କର କର୍ମକ୍ଷେତ୍ରରେ ସମ୍ମାନ ଓ ସନ୍ତୋଷ ସୃଷ୍ଟି ହେବ। ପ୍ରେମିକ ପ୍ରେମିକା ମାନଙ୍କର ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।  ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଯୁବକ ଯୁବତୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ।  କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଘରୋଇ କର୍ମଚାରୀମାନେ ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ପ୍ରତିକାର- ଅସହାୟକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ। ଧନଲାଭ କରିବାର ଆଶା ଦେଖାଯାଏ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଚାକିରୀକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ସ୍ୱାସ୍ଥ୍ୟ ସଙ୍କଟ ଦୂରେଇଯିବ ଓ ଧନ ସମ୍ପତିରେ ଘର ହସି ଉଠିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଚାକିରୀକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସମ୍ମାନିତ ଓ ଜୟଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ। କିଣାବିକା ବ୍ୟବସାୟରେ ଲାଭ ହେବ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି। ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ କିନ୍ତୁ ଧୈର୍ଯ୍ୟଧରି ବାଣିଜ୍ୟ ନକଲେ ହତାଶ ହୋଇ ମୁଣ୍ଡରେ ହାତଦେଇ ବସିବେ। କୌଣସି ହିଂସ୍ରଜନ୍ତୁଙ୍କ ଦ୍ଵାରା ଆଘାତ ବା ମାନମର୍ଯ୍ୟାଦା ଉପରେ ଆଘାତ ଉପସ୍ଥିତ ହୋଇପାରେ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ।  ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!