ଦୈନିକ ରାଶିଫଳ: ୨୪ ଜୁଲାଇ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨୪ ତାରିଖ, ଶୁକ୍ରବାର, କର୍କଟ ମାସ ୯ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ଦିବା ୨ଟା ୩୪ମିନିଟ୍ ଗତେ ପଞ୍ଚମୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ମୂଳା, ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୪ମିନିଟ୍ ରୁ ୬ଟା ୧୪ମିନିଟ୍, ସକାଳ ୭ଟା ୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୩୯ମିନିଟ୍ ରୁ ୬ଟା ୨୧ମିନିଟ୍, ସନ୍ଧ୍ୟା ୭ଟା ୫୧ମିନିଟ୍ ରୁ ୯ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ସାମାଜିକ ପତିଆରା ଅମଳିନ ରହିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ବ୍ୟବସାୟକ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ଯଶସ୍ୱୀ ହେବେ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶୁଭ ସମ୍ବାଦ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନେ ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇ  ପାରିବାରିକ ସମସ୍ୟା ସୁଧୁରି ଯିବା ସହ ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବା ସହ ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଉତ୍ତମ ରୋଜଗାର କରିପାରିବେ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ମାନସିକ ଚିନ୍ତା ଦୂର ହେବ। ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।    

କନ୍ୟା:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ। ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଧନର ଆଗମନ ହୋଇପାରେ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସି ବିଳମ୍ବ ହୋଇ ପାରେ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମ ସାହସ ଦ୍ଵାରା କରି ପାରିବେ।  ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିଦେଇ ପାରନ୍ତି। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଯାନବାହାନ ସମ୍ବନ୍ଧୀୟ ଦୁର୍ଘଟଣା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଶୁଭ କାମ କରି ପ୍ରଶଂସିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତିର ପଥ ପରିଷ୍କାର ହୋଇ ଯିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବା ସହ କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଉଚ୍ଚଶିକ୍ଷା ପାଇଁ ସୁବିଧା ସୁଯୋଗ ପାଇ ପାରନ୍ତି। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ଫଳରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରି ପାରେ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!