ଦୈନିକ ରାଶିଫଳ: ୨୪ ଜୁନ୍ ୨୦୨୦, ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୪ ତାରିଖ, ବୁଧବାର, ମିଥୁନ ମାସ ୧୦ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ଦିବା ୧୦ଟା ୧୫ମିନିଟ୍ ଗତେ ଚତୁର୍ଥୀ ତିଥି, ପୁଷ୍ୟା ନକ୍ଷତ୍ର, ଦିବା ୧ଟା ୧୦ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ପୋଟଳ ନ ଖାଇଲେ ଭଲ। ଦିବା ୧୦ଟା ୧୫ମିନିଟ୍ ଗତେ ମୂଳା ନ ଖାଇଲେ ଭଲ। ଶୁଭସମୟ- ସକାଳ ୭ଟା ୫୨ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୧୦ଟା ୧୧ମିନିଟ୍ ରୁ ୧୧ଟା ୨୧ମିନିଟ୍, ଦିବା ୨ଟା ୨ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ପାରିବାରିକ ଜୀବନ ଶୃଙ୍ଖଳିତ ହେବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ।  କେତେକ କ୍ଷେତ୍ରରେ ପରିବର୍ତ୍ତନ ହେଲେ ମଧ୍ୟ କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରି ପ୍ରଶଂସା ଲାଭ କରିବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବେ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବା ଫଳରେ ମନ ଖୁସି ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ଦେଖାଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ପରିବାରରେ ଅପ୍ରତ୍ୟାଶିତ ଘଟଣା ଘଟି ଶାନ୍ତି ଦେଖାଦେବ। ସାମାଜିକ କଲ୍ୟାଣ କାର୍ଯ୍ୟରେ ସମ୍ମାନିତ ହୋଇ ଜୀବନସ୍ତର ପରିବର୍ତ୍ତନ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଜମିବାଡ଼ି ସଂକ୍ରାନ୍ତୀୟ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସରେ ସମୟ କାଟିବା ପାଇଁ ସୁଯୋଗ ପାଇ ପାରନ୍ତି। ଭାଗୀଦାରୀ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ।ବ୍ୟବସାୟରେ ଗୁପ୍ତ ଶତ୍ରୁମାନଙ୍କ ଦ୍ୱାରା ହଇରାଣ ହୋଇ ଲାଭ ଅପେକ୍ଷା  କ୍ଷତିର ମାତ୍ରା ଅଧିକ ହୋଇ ପାରେ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇ ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଶାରୀରିକ କଷ୍ଟ ଦୂରେଇ ଯିବ। ଆପଣଙ୍କର ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ  ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ଗୃହ, ଜମି ଓ ପଡୋସୀଙ୍କ ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରିବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ବନ୍ଧୁ ବାନ୍ଧବଙ୍କ ଦ୍ଵାରା ସମସ୍ୟାର ସମାଧାନ କରି କୌଣସି ନୂଆ ଯୋଜନା ଆରମ୍ଭ କରି ପାରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବା ସହ ଋଣଭାର କମିଯିବ। ବ୍ୟବସାୟୀମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ, ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବା ସହ କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଶତୃମାନେ ପରାଜିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଗୃହାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ସାମିଲ ହୋଇ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରିବେ। ପୈତୃକ ସମ୍ପତ୍ତିକୁନେଇ ଭାତୃ ବିବାଦ, କୋର୍ଟକଚେରୀ ମାମଲା ଓ ପାରିବାରିକ ସମସ୍ୟା ସମାଧାନର ବାଟ ମିଳିବ।ଅପ୍ରତ୍ୟାଶିତ ଘଟଣା ଘଟି କରଜର ମାତ୍ରା ହ୍ରାସହେବା ଫଳରେ ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତରହି, ଅବହେଳିତ ଲୋକଙ୍କ ସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ରାଜନୀତି କ୍ଷେତ୍ରରେ କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ସ୍ୱାସ୍ଥ୍ୟ କ୍ଷେତ୍ରରେ ସମସ୍ୟା ଦୂର ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ କଠିିନ ପରିଶ୍ରମ କରିବାକୁ ପଡିବ। ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧିହେବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅର୍ନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ସାମାଜିକ କଲ୍ୟାଣ କାର୍ଯ୍ୟରେ ସାମିଲ ହୋଇ ମାନ ସମ୍ମାନ ବୃଦ୍ଧି ହେବ। ଗୃହ, ଜମି ଓ ପାରିବାରିକ ସମସ୍ୟାନେଇ ହଇରାଣ ହେବେ। ନୂତନ ଦିଗ୍ଦର୍ଶନ ପାଇ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ହେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ପ୍ରତିକାର:-ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉତ୍ସାହ, ଆତ୍ମବିଶ୍ୱାସ ଓ ମନୋବଳ ବୃଦ୍ଧି ପାଇବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଜାଗା, ଜମି ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ନିଜର ପରାକ୍ରମ ଜାହିରି କରି ସାମାଜିକ ସ୍ଥିତି, ମାନସମ୍ମାନ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସନ୍ତାନଙ୍କ ଯୋଗେ ଖୁସି ହେବେ, ଇଚ୍ଛା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ। ବନ୍ଧୁ ମିତ୍ରଙ୍କର ସାହାଯ୍ୟ ସହଯୋଗ, ପ୍ରେରଣା ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା, ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସନ୍ତାନମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବା ସହ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!