ଦୈନିକ ରାଶିଫଳ: ୨୪ ଜୁନ୍ ୨୦୧୮
ମେଷ:-
ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ବ୍ୟବସାୟରେ ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କର୍ମ ନିଯୁକ୍ତିର ସୂଚନା ପାଇବେ। ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ପ୍ରତିକାର:- ଗାଈକୁ ଖାଦ୍ୟ ଦିଅନ୍ତୁ।
ବୃଷ:–
ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପତ୍ନୀ ଏବଂ ସନ୍ତାନଙ୍କ ସହ ଭ୍ରମଣ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।
<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>
ମିଥୁନ:–
ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିଜର ଭୁଲ୍ ଯୋଗୁଁ ବ୍ୟବସାୟରେ ହାନି ହେବ। ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ। କର୍ମ କ୍ଷେତ୍ରରେ ଉପେକ୍ଷା ଓ ବ୍ୟବହାର ଯୋଗୁଁ କ୍ଷତି ସହିବେ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ପ୍ରତିକାର : ଗାଈକୁ ସଦ୍ୟପରିବା ଓ ଘାସ ଖୁଆନ୍ତୁ।
କର୍କଟ:–
ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରିବେ। କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହେବେ। ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।
ସିଂହ:–
ଜାଗା, ଜମି ଓ ଗୃହସମ୍ବନ୍ଧୀୟ ମାମଲାର ସମାଧାନ ଫଳରେ ଅଧିକ ଲାଭବାନ୍ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର ଓ ନୂତନ ବ୍ୟବସାୟ ଆରମ୍ଭ କରିଲେ ବିଶେଷ ଉପକୃତ ହେବେ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ବିଦ୍ୟାରେ ଉନ୍ନତି, ନୂତନ କର୍ମ ପ୍ରାପ୍ତି ଓ ସୁଭ ସମାଚାର ଶୁଣି ଖୁସିହେବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିଦେଇ ଆନନ୍ଦ ପାଇବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।
କନ୍ୟା:–
ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ନିକ୍ ପାଇଁ ଯାତ୍ରା କରିବେ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଅଚାନକ ବିପରୀତ ଖବର ଶୁଣି ଗୃହରେ ଅଶାନ୍ତ ବାତାବରଣ ଦେଖା ଦେବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।
ତୁଳା:–
ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦରେ ସଫଳତା ମିଳିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ପୁରୁଣା ସମସ୍ୟା ଓ ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ। ପ୍ରତିକାର:- ବିଷ୍ଣୁ ସହସ୍ର ନାମ ପାଠ କରନ୍ତୁ।
ବିଛା:–
ପରିଜନ ଓ କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ରାଜନେତାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।
ଧନୁ:–
ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ରାଜନେତା ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇଯିବ। ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର:- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ ।
ମକର:–
ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର:- ବିଧବାଙ୍କୁ ସାହାଯ୍ୟ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988
କୁମ୍ଭ:–
ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ ଓ ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଆୟୋଜିତ କାର୍ଯ୍ୟକ୍ରମକୁ ପ୍ରାକୃତିକ ବିପଦ ବଦଳେଇ ଦବ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ। ପ୍ରତିକାର:- ବୃଦ୍ଧାବୃଦ୍ଧଙ୍କୁ ସାହାଯ୍ୟ କରନ୍ତୁ।
ମୀନ:–
କର୍ମ ଓ ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ରାଜନୀତି କ୍ଷେତ୍ରରେ ନିରର୍ଥକ ମନସନ୍ତାପ, ମାନସିକ ଅଶାନ୍ତି, ଉତ୍ତେଜନା, ଡିପ୍ରେସନ, ସ୍ୱାସ୍ଥ୍ୟହାନୀ, ମା’ ଓ ପତ୍ନୀଙ୍କ ସହ ମତାନ୍ତର ହୋଇପାରେ। ମହିଳାମାନେ ସନ୍ତାନ ପାଇଁ ଚିନ୍ତିତରହିବେ। ଆର୍ଥିକ ଟଣାଟଣି ଅବସ୍ଥା ରହିବ। ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।