ଦୈନିକ ରାଶିଫଳ: ୨୪ ଜୁନ୍ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ପ୍ରବଳ ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇ ପାରେ। ପରିବାରର ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ। ରାଜନୀତି କ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଅଚାନକ ଭାବରେ ଦୂରଯାତ୍ରା କରି କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ। ମହିଳାମାନେ ବନ୍ଧୁଙ୍କ ସହ ସମୟ ବିତେଇବେ ଓ ଦାମ୍ପତ୍ୟ ସୁଖରେ ସଫଳତା ଅର୍ଜନ କରିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ସିଂହ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-

ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନଟି କଟାଇବେ ଓ ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।  

ବିଚ୍ଛା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କୋର୍ଟ-କଚେରୀ ଥାନା ଫାଣ୍ଡିମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ନୂଆ ଚାକିରୀରେ ଯୋଗ ଦେଇପାରନ୍ତି। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

କୁମ୍ଭ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!