ଦୈନିକ ରାଶିଫଳ: 24 ଜୁନ 2021, ଆଜି ଏହି 1 ରାଶିର ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୪ ତାରିଖ, ଗୁରୁବାର, ମିଥୁନମାସ ୧୦ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର, ସକାଳ ୯ଟା ୧୦ମିନିଟ୍ ଗତେ ମୂଳାନକ୍ଷତ୍ର ଧନୁ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ସକାଳ ୯ଟା ୧୦ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୪ମିନିଟ୍ ରୁ ୬ଟା ୪ମିନିଟ୍, ଦିବା ୯ଟା ୩୮ମିନିଟ୍ ରୁ ୧୧ଟା ୨୧ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୯ଟା ୧୬ମିନିଟ୍, ରାତ୍ର ୧ଟା ୧୧ମିନିଟ୍ ରୁ ୨ଟା ୧୯ମିନିଟ୍ । ପର୍ବଦିନ-ଦେବସ୍ନାନ ପୂର୍ଣ୍ଣିମା, ଅଣସର ଆରମ୍ଭ, ଗୁରୁ ପୂର୍ଣ୍ଣିମା ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନେ ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ । ପ୍ରତିଦ୍ୱନ୍ଦିତାରେ ବିଜୟୀ, ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ବ୍ୟସ୍ତ ରହିବାକୁ ପଡିବ ଓ ଲାଭ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଋଣ ଭରଣାରେ ସହଜ ହେବ । କର୍ମ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ସାମ୍ବାଦିକମାନେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଅଟକିଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ, ବାଣିଜ୍ୟରେ ଆଶାତୀତ ଲାଭପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ବିଶେଷ ଲାଭ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସମସ୍ତ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ସରକାରୀ କର୍ମଚାରୀ ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ତୁଳା:-

ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ଶୁଭସୂଚନା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ପାରିବାରିକ ପତିଆରା ଭଲ ରହିବ । ଉତ୍ତମ ବୁଝାମଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରୀ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସତର୍କତା ଅବଲମ୍ବନ ନକଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶିକ୍ଷକ, ପ୍ରଶିକ୍ଷକ ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚିନ୍ତା କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!