ଦୈନିକ ରାଶିଫଳ: 24 ଜୁନ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୪ତାରିଖ, ଶୁକ୍ରବାର, ମିଥୁନମାସ ୧୦ଦିନ, ଆଷାଢମାସ କୃଷ୍ଣପକ୍ଷ, ଏକାଦଶୀତିଥି, ଅଶ୍ଵିନୀ ନକ୍ଷତ୍ର ସକାଳ ୮ଟା ୪ମିନିଟ୍ ପରେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ନିଶାନ୍ତ ୫ଟା ୧୨ମିନିଟ୍ ପରେ ଧୃତି ଯୋଗ । ବବ କରଣ ଦିବା ୧୦ଟା ୨୩ମିନିଟ୍ ପରେ ବାଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ରାତି ୧୧ଟା ୧୨ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୧ଟା ୧୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୧ମିନିଟ୍ ରୁ ୧୧ଟା ୪୯ମିନିଟ୍, ରାତ୍ରି ୯ଟା ୭ମିନିଟ୍ ରୁ ୧୦ଟା ୨୮ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୬ମିନିଟ୍ ରୁ ୬ଟା ୫୭ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୨ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୮ଟା ୩୩ମିନିଟ୍, ରାତ୍ର ୧୨ଟା ୫୫ମିନିଟ୍ ରୁ ୩ଟା ୨ମିନିଟ୍, ରାତ୍ର ୩ଟା ୪୭ମିନିଟ୍ ରୁ ୫ଟା ୧୨ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ଯୋଗିନୀ ଏକାଦଶୀ ।

ମେଷ:-ସରକାରୀ କାମରେ ସଫଳତା ମିଳିବ । ବନ୍ଧୁଙ୍କ ଆଗମନ ହେବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃମାନେ ଦୂରେଇ ଯିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ ଓ କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବନାହିଁ । ବ୍ୟବସାୟୀକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟରେ ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । କୌଣସି ନୂଆ ଯୋଜନା ଆରମ୍ଭ କରିପାରିବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ସନ୍ତାନଙ୍କ ଚିନ୍ତାରେ ଚିନ୍ତିତ ରହିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ । ଉଚ୍ଚାଧିକାରୀଙ୍କ ପ୍ରଶଂସା ମିଳିବ । କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ । ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଉଚିତ୍ ପନ୍ଥା ଗ୍ରହଣ କରି କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!