ସାପ୍ତାହିକ ରାଶିଫଳ: ୨୪ ଜୁନ୍ ରୁ ୩୦ ଜୁନ୍, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଉନ୍ନତି ହୋଇ ଆୟ ବୃଦ୍ଧି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସଫଳତା ଅର୍ଜନ କରିବାସହ  ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ଶାରିରୀକ ସୁସ୍ଥତା ମାନସିକ ଶାନ୍ତି ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବା ସହ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତାରେ ବିଜୟୀ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମ  ପାଇପାରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପ୍ରସ୍ତୁତ ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଛାତ୍ରଛାତ୍ରୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ।  ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ସମୟ ଅନୁକୂଳ ଥିବାରୁ କୋର୍ଟ କଚେରୀ ମାମଲାରେ ଉନ୍ନତମାନର ଫଳପାଇବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆର୍ଥିକସ୍ଥିତି ମଧ୍ୟ ସୁଧୁରି ଯିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।  

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ, ପାରିବାରିକ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସଫଳତା ଅର୍ଜନ ସହ ଆର୍ଥିକ ଉନ୍ନତି ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମପ୍ରାପ୍ତି ହେବ। ଋଣରୁ ମୁକ୍ତିପାଇଁ ବାଟ ମିଳିବ। ଶତ୍ରୁବାଧା ଦୂରେଇ ଯିବ। ଧାର୍ମିକ କାର୍ଯ୍ୟରେ ମନ ଲଗେଇଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ ଓ ନିଜର ପ୍ରତିଷ୍ଠା ସୁନାମ ବଢିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁଖବର ଶୁଣି ଖୁସି ହେବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ ଓ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣି ଶାନ୍ତି ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ।  ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମହିଳାମାନେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।  

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନାନା ବାଟରେ ଧନାଗମ ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ ଓ  ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ପ୍ରଶଂସିତ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ଶରୀର  ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ସୁସ୍ଥ ରହିବା ସହ ମାନସିକ ଶାନ୍ତି ପାଇବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।   

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବା ଫଳରେ ଆର୍ଥିକଚିନ୍ତା ଦୂର ହୋଇ ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ ଓ ସଫଳତା ସହ ସୁଖ ଶାନ୍ତି ମିଳିବ। ସଫଳତା ଲାଭ କରିବେ। ବ୍ୟବସାୟରେ ଲାଭର ମାର୍ଗ ପ୍ରଶସ୍ଥ ହେବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର- ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।  

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ତମ ରୋଜଗାର ମିଳିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୁଯୋଗ ପାଇବେ। ବ୍ୟବସାୟରେ ଶତୃ ପରାଜିତ ହେବେ ଓ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ବାକିଥିବା ଅର୍ଥପ୍ରାପ୍ତି ହେବ।  ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ଘରୋଇ କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇ ଓ ନିଜ ପରିଶ୍ରମରୁ ସ୍ଥିତି ସୁଧୁରିବା ଫଳରେ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଶିଳ୍ପ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଛା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହୋଇ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଘରୋଇ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଗୃହ ସମସ୍ୟା ସଜାଡି ଦାମ୍ପତ୍ୟ ସୁଖରେ ଶୁଖିହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର-ପିତା ମାତା ଗୁରୁଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!