ଦୈନିକ ରାଶିଫଳ: ୨୪ ମାର୍ଚ୍ଚ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ ଅନେକ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ମାର୍ଚ୍ଚ ୨୦୧୯

ମେଷ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କାଲେ ସଫଳ ହେବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ଶୁଭ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖା ଦେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପୁରାତନରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ସମାଧାନ:- ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ଗୁରୁଜନ ଓ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାଜନୀତିରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସମାଧାନ:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସମାଧାନ:- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ରାଜନୀତିରେ ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ହସ ଖୁସିରେ ସମୟ ବିତିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ପ୍ରଶଂସା ପାଇବେ। ସାକ୍ଷାତ୍କାରରେ ବିଜୟୀହେବେ। ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ସମାଧାନ:- ସୂର୍ଯ୍ୟଙ୍କୁ ନମସ୍କାର କରନ୍ତୁ।

କନ୍ୟା:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ, ତୀର୍ଥ ଭ୍ରମଣ ଓ ସାଂସ୍କୃତିକ କାର୍ଯ୍ୟରେ ଭାଗନେଇ ପାରନ୍ତି। ରାଜନୀତିରେ ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ସମାଧାନ:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ଲାଗିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ସମାଧାନ:-କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ରାଜନୀତି କ୍ଷେତ୍ରରେ ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ପଡିପାରେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବେଶି ଲାଭବାନ ହେବେ। ସମାଧାନ:- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ସମାଧାନ:-ପିତାମାତା ଗୁରୁ ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।

ମକର:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବ୍ୟବସାୟୀ ମାନେ ଆଦର୍ଶବାଦୀ ହୋଇ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଥିବାରୁ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସମାଧାନ:- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ:-

ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ସମାଧାନ:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ସମାଧାନ:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!