ଦୈନିକ ରାଶିଫଳ: 24 ମାର୍ଚ୍ଚ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୨୪ତାରିଖ, ବୁଧବାର, ମୀନମାସ ୧୧ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ଦଶମୀତିଥି, ଦିବା ୧୦ଟା ୨୩ମିନିଟ୍ ଗତେ ଏକାଦଶୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ, ଦିବା ୧୦ଟା ୨୩ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୭ଟା ୨୬ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୭ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୧୦ଟା ୪୦ମିନିଟ୍ । ପର୍ବଦିନ- ଫଗୁଦଶମୀ, ଦୋଳଯାତ୍ରା ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ଆର୍ଟ, କଲ୍‌ଚର ଯୁକ୍ତ ବ୍ୟକ୍ତିଙ୍କୁ ସମ୍ମାନ ମିଳିବାର ସମ୍ଭାବନା । କୌଣସି ପ୍ରିୟମିତ୍ରଙ୍କୁ ଦେଇଥିବା କଥା କାର୍ଯ୍ୟରେ ପୂରଣ କରି ବିଶେଷ ଲାଭବାନ୍ ହେବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧି । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସାଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇ ଆୟରସ୍ରୋତ ଖୋଲିଯିବ । ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମ ନକରିବା ଉଚିତ୍ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରବାସ ଯାତ୍ରାରେ କଷ୍ଟସହି ଲାଭବାନ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଦୂରସ୍ଥାନକୁ ଯାତ୍ରା କଲେ ଅଚାନକ ଧନ ପ୍ରାପ୍ତି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ନିର୍ମାଣ କାର୍ଯ୍ୟକୁ ଆଗେଇ ନବାପାଇଁ ସାହାଯ୍ୟ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶତୃମାନେ ମଥାନତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହୋଇ ମାନସିକ ସୁସ୍ଥତା ଅନୁଭବ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । କରଜର ମାତ୍ରା ହ୍ରାସ ପାଇବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଆଗକୁ ବଢି ପାରିବେ । ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । କେତେକ ଦୀର୍ଘଯୋଜନା ସଫଳ କାରଣରୁ ମନ ଭଲରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହସ୍ଥିର ହୋଇ ଯିବ । ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

କରଜର ମାତ୍ରା ହ୍ରାସ ପାଇ ସୁସ୍ଥ ବାତାବରଣ ଜାରି ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହୋଇ ଆୟର ସ୍ରୋତ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!