ଦୈନିକ ରାଶିଫଳ: 24 ମାର୍ଚ୍ଚ 2023, ଶୁକ୍ରବାର, ମା’ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୪ ତାରିଖ, ଶୁକ୍ରବାର, ମୀନମାସ ୧୦ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ତୃତୀୟାତିଥି ସନ୍ଧ୍ୟା ୫ଟା ପରେ ଚତୁର୍ଥୀ ତିଥି, ଅଶ୍ଵିନୀ ନକ୍ଷତ୍ର ଦିବା ୧ଟା ୨୩ମିନିଟ ପରେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବୈଧୃତି ଯୋଗ। ଗର କରଣ ସନ୍ଧ୍ୟା ୫ଟା ପରେ ବଣିଜ କରଣ। ବିଛା, ଧନୁ ଓ ମୀନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ପୋଟଳ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ପରେ ମୂଳା ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ସନ୍ଧ୍ୟା ୫ଟା ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୮ଟା ୫୨ମିନିଟ୍ ରୁ ୧୧ଟା ୫୩ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ ୧୦ଟା ୨୩ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୬ଟା ୩୯ମିନିଟ୍, ସକାଳ ୭ଟା ୨୭ମିନିଟ ରୁ ୮ଟା ୫୨ମିନିଟ, ଦିବା ୧୨ଟା ୧୭ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୧୮ମିନିଟ ରୁ ୫ଟା ୫୫ମିନିଟ, ରାତ୍ର ୭ଟା ୩୦ମିନିଟ୍ ରୁ୮ଟା ୫୩ମିନିଟ୍, ରାତ୍ର ୧ଟା ୫୨ମିନିଟ ରୁ ୪ଟା ୧୫ମିନିଟ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସାନିଟାରୀ, ହୋଟେଲ, ରେଡିମେଡ୍, ତେଜରାତି ଓ ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ପ୍ରତ୍ୟେକଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶରୀର ସୁସ୍ଥ ରହିବ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶାରିରୀକ ଅସୁସ୍ଥତା ଦୂରହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ନିଜଲୋକମାନେ ଦୂରେଇ ଯିବେ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତି ସହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାଜନୈତିକ କ୍ଷେତ୍ରରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଅସୁସ୍ଥତା ଅନୁଭବ କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!