ଦୈନିକ ରାଶିଫଳ: ୨୪ ମଇ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୪ ତାରିଖ, ରବିବାର, ବୃଷମାସ ୧୧ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ମୃଗଶିରାନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମେଷରାଶିର ଘାତବାର। ବିଛାରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୫୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୨ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ରାତ୍ର ୭ଟା ୪୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ଓ ଆନନ୍ଦ ମିଳିବ। ବ୍ୟାପାର ଓ କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ମାନସିକ ଶାନ୍ତି ଅନୁଭବ କରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। କାମକାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରି ପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିବ। କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ। ପୂର୍ବରୁ ଅଟକିଥିବା କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ କରିବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। ଫଶିଯାଇଥିବା ଷଡଯନ୍ତ୍ର ବା ଚକ୍ରବ୍ୟୁହ ମଧ୍ୟରୁ ମୁକୁଳିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବା ସହ ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ। ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚ୍ଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ  ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ। ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ ଯାହାଫଳରେ କାମରେ ବିକାସ ହେବ। ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ଉତ୍ସାହିତ ହେବେ।  ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅନେକ ଦିଗରୁ ଖୁସି ମିଳିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ରାଜନୀତି କ୍ଷେତ୍ରରେ ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତଶ୍ରାନ୍ତ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସୁସ୍ଵାଦୁ ଖାଦ୍ୟ ଖାଇବାକୁ ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ ଓ ଆତ୍ମବିଶ୍ଵାସରେ ବୃଦ୍ଧି ପାଇବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ।ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ ହେବ। ବିଦ୍ୟାକ୍ଷେତ୍ରରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ପ୍ରେମୀକପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ।  ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରନ୍ତି। ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ।  ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସମସ୍ୟାଗୁଡିକ ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ ହେବା ସହ କଷ୍ଟରୁ ମୁକ୍ତି ମିଳିବ। ବହୁତ ଦିନର ଚିନ୍ତା ଦୂର ହେବ। ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ଅଛି। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ମିତ୍ର ସହଯୋଗୀଙ୍କ ସାହାଯ୍ୟରେ କେତେକ କଷ୍ଟ ସମସ୍ୟାରୁ ମୁକୁଳିବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପରିବାର କୁଟୁମ୍ବରେ ସମୟ ଦେବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ରାଜକୀୟ କାର୍ଯ୍ୟରେ ସଫଳତା ମିଳିବ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!