ଦୈନିକ ରାଶିଫଳ: 24 ମଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୪ତାରିଖ, ମଙ୍ଗଳବାର, ବୃଷମାସ ୧୦ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ନବମୀତିଥି ଦିବା ୧୦ଟା ୪୫ମିନିଟ୍ ପରେ ଦଶମୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର ଦିବା ୪ଟା ୨୭ମିନିଟ୍ ପରେ ମୀନ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ । ଗର କରଣ ଦିବା ୧୦ଟା ୪୫ମିନିଟ୍ ପରେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର ଦିବା ୪ଟା ୨୭ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୧୦ଟା ୪୫ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୧୦ଟା ୪୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୦ମିନିଟ୍ ରୁ ୮ଟା ୨୭ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ଦିବା ୨ଟା ୫୯ମିନିଟ୍, ରାତ୍ରି ୭ଟା ୩୭ମିନିଟ୍ ରୁ ୮ଟା ୫୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୪୯ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ଦିବା ୧୨ଟା ୮ମିନିଟ୍, ଦିବା ୪ଟା ୩୮ମିନିଟ୍ ରୁ ୫ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୬ଟା ୫୭ମିନିଟ୍, ରାତ୍ର ୯ଟା ରୁ ରାତ୍ର ୯ଟା ୫୨ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ୨ଟା ୧୫ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ । ଲେଖନ, କଳା ଓ ସମ୍ପାଦନ କାର୍ଯ୍ୟ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । ନିଜର ବୁଦ୍ଧି ଓ ବିବେକ ଦ୍ଵାରା ସମସ୍ତ ସମସ୍ୟା ସମାଧାନ କରିପାରିବେ । ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ ।

ବୃଷ:-ଶାରୀରିକ ପୀଡା ଦୂରେଇ ଯିବ ଓ ସ୍ୱାସ୍ଥ୍ୟ ଭଲ ରହିବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ ଓ ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । କର୍ମକ୍ଷେତ୍ରରେ ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ । କର୍ମକ୍ଷେତ୍ରରେ ବିଜୟ ଲାଭ ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଅଚାନକ ଭାବରେ ଧନ ଲାଭ ହେବା ଫଳରେ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ ଓ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ସାମାଜିକ କାର୍ଯ୍ୟରେ ଭାଗ ନେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ । ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ସାଙ୍ଗଠନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଆଇନ ଅଦାଲତରେ ଜୟଯୁକ୍ତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ଯୋଜନା କରିବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରି ପାରିବେ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ ନକରିବା ଉଚିତ୍ । ବିଦ୍ୟୁତ୍, ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ଓ ଖେଳରେ ପ୍ରଶଂସା ପାଇବେ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

ମୀନ:-ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ଭୁଲବୁଝାମଣା ସୃଷ୍ଟି ନହେଲା ଭଳି କାମ କଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!