ସାପ୍ତାହିକ ରାଶିଫଳ: ମଇ ୨୪ ତାରିଖ ରୁ ମଇ ୩୦ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ ଦୁଃଖରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟରସ୍ରୋତ ଖୋଲିଯାଇ ଆୟ ଉପାର୍ଜନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ନୂତନଧାରା ଅବଲମ୍ବନ କରିବା ଫଳରେ ଅଚାନକ ଧନପ୍ରାପ୍ତି । ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଧର୍ମକାର୍ଯ୍ୟରେ ମତି ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗରୁ ଉପଶମ ମିଳିବା ଫଳରେ ଶରୀର ଭଲ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ଶାରିରୀକ ଅସୁସ୍ଥତା ଦୂରହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବ୍ୟବସାୟୀ ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ରାଜନୀତି କ୍ଷେତ୍ରରେ ସୁବକ୍ତା, ଜନପ୍ରିୟ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବା ଯୋଗେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ-ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବସ୍ତୁ କ୍ରୟ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କର୍ମରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ଶିକ୍ଷାର୍ଥୀମାନେ ଅଧ୍ୟୟନ କ୍ଷେତ୍ରରେ ଆଗକୁ ବଢିବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପାରିବାରିକ ସମସ୍ୟା ସୁଧାରି ନେବେ ଓ ଶାରୀରିକ କଷ୍ଟ ଦୂର ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ନୂତନ କର୍ମ ନିଯୁକ୍ତି ପାଇ ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନିକରି ଆଶାତୀତ ଲାଭ ପାଇବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆନନ୍ଦ ଉଲ୍ଲାସରେ ସମୟ ବିତାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବା ସହ କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ ପରିଶ୍ରମ କରିବାକୁ ପଡିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ମନ ଓ ଶରୀର ଭଲ ରହିବ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବା ଫଳରେ ହସ ଖୁସିରେ ଚଳିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମ କ୍ଷେତ୍ରରେ ଆୟ, ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ ସ୍ଥାନମାନ ପ୍ରତି ବିପଦ କଟିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବିଦେଶ ଯାତ୍ରାରେ ସଫଳ ହେବେ । ସେୟାର ବଜାରରେ ମୁନାଫା ମିଳିବା ସହ ପୁରୁଣା ନିବେଶ ଲାଭ ଦେବ ଓ ସମ୍ପତ୍ତି କ୍ରୟ କରିବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତିରେ କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ବ୍ୟବସାୟରେ ଭାଗୀଦାର ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯାତ୍ରାଫଳରେ ଉତ୍ସାହିତ ହେବେ । ଆବଶ୍ୟକତା ପୂରଣ ଦିଗରେ ନୂତନ ବନ୍ଧୁ ମିତ୍ରମାନଙ୍କର ସହଯୋଗ ମିଳିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହୋଇ ଅଟକିଥିବା କାର୍ଯ୍ୟ ପୂରଣ ହେବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ପରିବାରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଳା, ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଯାତ୍ରାରେ ସଫଳ ହେବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!