ଦୈନିକ ରାଶିଫଳ: ୨୪ ନଭେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ଏହି ସବୁ ରାଶିର ପୁରା ହେବ ବିଗିଡିଥିବା କାର୍ଯ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ନଭେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ଏହି ସବୁ ରାଶିର ପୁରା ହେବ ବିଗିଡିଥିବା କାର୍ଯ୍ୟ

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ। ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ।  ସାମାଜିକ ସ୍ଥିତି ଓ ମାନସମ୍ମ। ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସମୟ ଗୁଡିକ ହସ ଖୁସିରେ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ସୂର୍ଯ୍ୟଙ୍କୁ ନମସ୍କାର କରନ୍ତୁ।

ସିଂହ:-

ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ।ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କର୍ମ ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। କର୍ମ ଓ ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବିଛା:-

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ବ୍ୟାପାର-ବ୍ୟବସାୟ, ଚାକିରୀରେ ଉନ୍ନତି କରିବେ। ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି।ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ମକର:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

କୁମ୍ଭ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବସିୟତ୍, ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!