ଦୈନିକ ରାଶିଫଳ: 24 ନଭେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୪ତାରିଖ, ମଙ୍ଗଳବାର, ବିଛା ମାସ ୯ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦଶମୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର, ସକାଳ ୮ଟା ୫୨ମିନିଟ୍ ଗତେ ମୀନ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର, ସକାଳ ୮ଟା ୫୨ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୪୭ମିନିଟ୍, ସକାଳ ୮ଟା ୪୯ମିନିଟ୍ ରୁ ୧୧ଟା ୧୦ମିନିଟ୍, ସନ୍ଧ୍ୟା ୫ଟା ୧ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୮ଟା ୨୯ମିନିଟ୍, ରାତ୍ର ୯ଟା ୨୪ମିନିଟ୍ ରୁ ୧୧ଟା ୫୮ମିନିଟ୍। ପର୍ବଦିନ- ଭାଗବତ ସପ୍ତାହ ଆରମ୍ଭ।

ମେଷ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ବଢିବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ପରିବାରରେ ଶାନ୍ତି ବିରାଜମାନ କରିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସମସ୍ୟାର ସମାଧାନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଶୁଭ ସମାଚାର ଶୁଣିବାକୁ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନା ପାଇ ଖୁସି ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବିଦ୍ୟାର୍ଥିଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ବିଜୟୀ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ସାମାଜିକ କାର୍ଯ୍ୟରେ ସଫଳତା ସହ ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ। ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାରବାର କରି ଅଧିକ ଲାଭ ପାଇବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ।। ବିଦ୍ୟାର୍ଥିଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପଦାଧିକାରୀମାନେ ସହଯୋଗ କରିବା ଫଳରେ ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇଯିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପୁରାତନ ରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି। ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍। ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-

ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବିଦ୍ୟାର୍ଥି ମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ମନ ଊଣା ହୋଇ ପାରେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅଳ୍ପ ଲାଭ ପାଇବେ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେଇ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ି ପାରେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!