ଦୈନିକ ରାଶିଫଳ: 24 ନଭେମ୍ବର 2022, ମା, ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୪ତାରିଖ, ଗୁରୁବାର, ବିଛାମାସ ୯ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ଅତିଗଣ୍ଡ ଯୋଗ ଦିବା ୧୨ଟା ୨୮ମିନିଟ୍ ପରେ ସୁକର୍ମା ଯୋଗ। କିସ୍ତୁଘ୍ନ କରଣ ଦିବା ୩ଟା ୪ମିନିଟ୍ ପରେ ବବ କରଣ। ତୁଳା, କୁମ୍ଭ ରାଶିର ଘାତବାର। ପାଣିକଖାରୁ ନ ଖାଇଲେ ଭଲ ରାତି ୧ଟା ୩୭ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ରାତି ୧ଟା ୩୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୧୭ମିନିଟ୍ ରୁ ୫ଟା ୨ମିନିଟ୍, ରାତ୍ରି ୧୧ଟା ୩୩ମିନିଟ୍ ରୁ ୧ଟା ୧୧ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୭ଟା ୩୦ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍, ରାତ୍ର ୧ଟା ୧୨ମିନିଟ୍ ରୁ ୩ଟା ୨୭ମିନିଟ୍, ରାତ୍ର ୪ଟା ୨୧ମିନିଟ୍ ରୁ ୬ଟା ୩ମିନିଟ୍। ପର୍ବଦିନ- ମାଣବସା ଗୁରୁବାର ତୃତୀୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମରେ ଉନ୍ନତି ସହିତ ସଫଳତା ପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ସୁଖ ସମୃଦ୍ଧି ବୃଦ୍ଧିହେବ ଓ କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଆର୍ଥିକସ୍ଥିତି ସୁଧୁରିବ। ଯଶ ପ୍ରତିଷ୍ଠା ମିଳିବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ସୁଧାର ଆସି ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ନେଇ ପାରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ମନରେ ନକାରାତ୍ମକ ଚିନ୍ତାଧାରା ଏବଂ ଅଜ୍ଞାତ ଭୟ ଦେଖା ଦେଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନେଇ ପାରିବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ କରିଲେ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତି ବଦଳିଯିବ। ବ୍ୟବସାୟୀମାନେ ପରିଶ୍ରମର ସୁଫଳ ଭୋଗ କରିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!