୨୦୨୨ମସିହା, ଅକ୍ଟୋବର ମାସ ୨୪ତାରିଖ, ସୋମବାର, ତୁଳାମାସ ୮ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ହସ୍ତା ନକ୍ଷତ୍ର ଦିବା ୨ଟା ୪୦ମିନିଟ୍ ପରେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ଦିବା ୨ଟା ୩୧ମିନିଟ୍ ପରେ ବିଷ୍କୁମ୍ଭ ଯୋଗ । ବିଷ୍ଟି କରଣ ପ୍ରାତଃ ୫ଟା ୫୦ମିନିଟ୍ ପରେ ଶକୁନି କରଣ । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୨୭ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୫ଟା ୨୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୨ଟା ୨୨ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ରି ୯ଟା ୫୭ମିନିଟ୍ ରୁ ୧୧ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୬ମିନିଟ୍, ରାତ୍ର ୭ଟା ୪୫ମିନିଟ୍ ରୁ ୯ଟା ୫୫ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୬ମିନିଟ୍ । ପର୍ବଦିନ- କାଳୀପୂଜା, ଦୀପାବଳୀ ଅମାବାସ୍ୟା, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ନରକ ଚତୁର୍ଦ୍ଦଶୀ, ଯମ ତର୍ପଣ, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ ।
ମେଷ:-ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରର ସ୍ଥିତି ସୁଦୃଢ ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ନିଜଲୋକ ସାହାଯ୍ୟ କରିବା ଫଳରେ ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ । କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରେମକ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ସମୟ କଟାଇବେ । ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ପାଇବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପ୍ରତିକାର-ତୁଳସୀ ମୂଳର ମାଟିଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ସିଂହ:-ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନଯୋଗ ଦେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନ୍ୟାୟମାର୍ଗ ଓ ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ସନ୍ତାନଠାରୁ ସୁଖପ୍ରାପ୍ତି ହେବ । ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ପରିବାରରେ ସମୟ ବିତେଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ନାନା ବାଟରେ ଧନା ଗମ ଘଟିବ । ପରିବହନ ବ୍ୟବସାୟ କ୍ଷେତ୍ରରେ ବିଶେଷ ଲାଭବାନ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତିରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କୁମ୍ଭ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବାସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।