ଦୈନିକ ରାଶିଫଳ: ୨୪ ଅକ୍ଟୋବର ୨୦୧୮। ଗଣପତି ବାପାଙ୍କ କୃପାରୁ ଏହି ୪ଟି ରାଶିର ସମସ୍ତ କାର୍ଯ୍ୟ ହେବ ସମ୍ପୁର୍ଣ୍ଣ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ଅକ୍ଟୋବର ୨୦୧୮। ଗଣପତି ବାପାଙ୍କ କୃପାରୁ ଏହି ୪ଟି ରାଶିର ସମସ୍ତ କାର୍ଯ୍ୟ ହେବ ସମ୍ପୁର୍ଣ୍ଣ।

ମେଷ-

ବ୍ୟବସାୟୀମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ କରି ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ୱାସ୍ଥ୍ୟ ଭଲ ରହିବ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ। ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭ ପାଇବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ସାମାଜିକ କାର୍ଯ୍ୟରେ ଯୋଗଦେଇଆନନ୍ଦିତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ଅଧିକ ଲାଭ ପାଇବେ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ। ରାଜନୀତିରେ ଗସ୍ତ କାର୍ଯ୍ୟକ୍ରମ ଥିଲେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ ଲୋକସମର୍ଥନ ପ୍ରଚୁର ମିଳିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ସାମାନ୍ୟ ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ-

ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସଫଳତା ଓ ଚାକିରିରେ ପଦୋନ୍ନତି ହେବାର ସୂଚନା ପାଇବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ମହିଳାମାନେ ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ରାଜକୋପର ବଳୟମଧ୍ୟକୁ ଘୋଷାଡ଼ି ନେଇ ପାରନ୍ତି। ତେଣୁ ସତର୍କ ରହିବା ଉଚିତ୍। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା-

ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର:- ଭୋକିଲା ଲୋକକୁ ଖାଦ୍ୟ ଦିଅନ୍ତୁ।

ଧନୁ-

ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି  ଧନ ସମ୍ପତିକୁ ଆୟତ୍ତ କରିପାରିବେ। ବ୍ୟୟ ଭରଣା କରି  ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ପ୍ରତିକାର- କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

ମକର-

ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଇଷ୍ଟ ପ୍ରାପ୍ତ ହେବାର ଅବସର ପାଇବେ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କୁମ୍ଭ-

ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ କର୍ମର ଚାପ ବଢିବ। ପାରିବାରିକ ଜୀବନ ସୁଖରେ କାଟିବେ। ମହିଳାମାନେ କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି  ମାନସମ୍ମାନ ପାଇବେ ଓ  ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ-

ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି।  ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ।  ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ।ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ।  ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!