ଦୈନିକ ରାଶିଫଳ: 24 ଅକ୍ଟୋବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୪ ତାରିଖ, ଶନିବାର, ତୁଳା ମାସ ୮ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ସକାଳ ୬ଟା ୫୯ମିନିଟ୍ ଗତେ ନବମୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୨୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧୨ଟା ୫୫ମିନିଟ୍, ଦିବା ୨ଟା ୨୨ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୩ଟା ୪୬ମିନିଟ୍। ପର୍ବଦିନ- ସନ୍ଧିପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖସନ୍ତୋଷରେ କଟିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ବିଦ୍ୟାଅଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଆଧ୍ୟାତ୍ମିକ, ଧାର୍ମିକ ଓ ଧୈର୍ଯ୍ୟସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ ଚେଷ୍ଟା ସଫଳ ହେବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ସିଂହ:-

ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ନେହ ସହାନୁ ଭୂତି ପ୍ରାପ୍ତି ହେବ। ଘରୋଇ କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶ୍ରମିକମାନେ ବେଶି ଉପକୃତ ହେବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଘରୋଇ କର୍ମଚାରୀ ମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀମାନେ ଶୁଭ ସୂଚନା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ ମାନପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍।  ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶତୃମାନେ ଦୂରେଇ ଯିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!