ଦୈନିକ ରାଶିଫଳ: 24 ସେପ୍ଟେମ୍ବର 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବରମାସ ୨୪ତାରିଖ, ଶନିବାର, କନ୍ୟାମାସ୮ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ସକାଳ ୯ଟା ୪୧ମିନିଟ୍ ପରେ ଶୁଭ ଯୋଗ । ବିଷ୍ଟି କରଣ ଦିବା ୨ଟା ୫୫ମିନିଟ୍ ପରେ ଶକୁନି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ରାତି ୩ଟା ୧୨ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୩ଟା ୧୨ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୨ଟା ୩୮ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ସନ୍ଧ୍ୟା ୭ଟା ୮ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୩୯ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୧୬ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୩ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୨ଟା ୩୯ମିନିଟ୍ ରୁ ୩ଟା ୧୩ମିନିଟ୍, ଦିବା ୪ଟା ୩ମିନିଟ୍ ରୁ ୪ଟା ୭ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଶିବଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଅପରପକ୍ଷର ଚତୁର୍ଦ୍ଦଶୀ ଶ୍ରାଦ୍ଧ ।

ମେଷ:-ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ । ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ପାରିବାରିକ ପରିସ୍ଥିତି ବଦଳିଯିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ଶରିର ସୁସ୍ଥ ରହିବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ । କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍ । ବିଦ୍ୟାରେ ଯଥେଷ୍ଟ ଶୁଭଫଳ ପ୍ରାପ୍ତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ । ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ । ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!