ଦୈନିକ ରାଶିଫଳ: ୨୪ ସେପ୍ଟେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨୪ ତାରିଖ, ଗୁରୁବାର, କନ୍ୟାମାସ ୯ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି,  ମୂଳାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର ଓ ଘାତଚନ୍ଦ୍ର। ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୦ମିନିଟ୍ ରୁ ୭ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୯ଟା ୩୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ ହସ ଖୁସିରେ ଚଳିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ, ପରିବାର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ନିଜର ପ୍ରତ୍ୟୁତ୍ପନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ସିଂହ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ କିଛି କାରଣ ନଥାଇ ମିଛକେଶ୍ ରେ ବଦନାମ୍ ହୋଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଆର୍ଥିକସ୍ଥିତି ଭଲ ରହିବ। ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହେବେ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ପରିବାରରେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଭାଙ୍ଗିପଡିବେ ନାହିଁ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।  

କୁମ୍ଭ:-

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!