ସାପ୍ତାହିକ ରାଶିଫଳ: ୨୪ ରୁ ୩୦ ଡିସେମ୍ବର, ୨୦୧୮ ମସିହାର ଏହି ଶେଷ ସପ୍ତାହରେ ସମସ୍ତ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୪ ରୁ ୩୦ ଡିସେମ୍ବର।

ମେଷ:-

ଏ ସପ୍ତାହରେ ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧିହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ।  ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ବା ଦାନ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ମାଦକଦ୍ରବ୍ୟ ବ୍ୟବହାର କରନ୍ତୁନାହିଁ।

କର୍କଟ:-

ଏ ସପ୍ତାହରେ ବ୍ୟବସାୟକୁ  ପ୍ରସାରିତ କରିବାକୁ ଚାହୁଁଥିଲେ ଆବଶ୍ୟକ ଅର୍ଥ ବନ୍ଧୁମିତ୍ରଙ୍କର ସହଯୋଗ, ବ୍ୟାଙ୍କଋଣ ପ୍ରାପ୍ତିହେବ। କୌଣସି ଏକଅଭିନ୍ନ ମିତ୍ରସହ ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର, ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ। ନୂତନକର୍ମ ବା ପରୀକ୍ଷା, ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷାପାଇଁ ପ୍ରସ୍ତୁତହେବା ଉଚିତ୍ କିମ୍ବା ଡାକ୍ତରୀପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତହେବ। ଉଚ୍ଚଶିକ୍ଷାପାଇଁ ବିଦେଶଯାତ୍ରା କରିବେ। ଭାଗ୍ୟର ପ୍ରବଳତାହେତୁ ସମସ୍ତକାର୍ଯ୍ୟ ପୂର୍ଣ୍ଣହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ, ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁରସମ୍ପର୍କ ସ୍ଥାପନହେବ। ପିତା ମାତାଙ୍କ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳପାଇବେ। ପତି ପତ୍ନୀଙ୍କ କ୍ଷେତ୍ରରେ ଓ ଦାମ୍ପତ୍ୟଜୀବନ ସୁଖମୟହେବ। ସନ୍ତାନ ସୁଖ ପ୍ରାପ୍ତି ନତୁବା ତତୁଲ୍ୟ ନୂତନଗୃହ, ନୂତନଯାନ, ନୂତନବ୍ୟବସାୟ, ନୂତନଜାଗା ଜମି ପ୍ରାପ୍ତିହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧାସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନଧରି ଅଧା ହୋଇପଡ଼ିଥିବା କାର୍ଯ୍ୟମାନ ପୂର୍ଣ୍ଣ ହୋଇଯିବ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଗ୍ରହ ଅନୁକୂଳ ହେତୁ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ ଓ ଲୋକ ସମର୍ଥନ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। କର୍ମ ପାଇଁ ଚେଷ୍ଟା କରୁଥିଲେ  ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ଯୁବକ ଓ ଯୁବତୀମାନେ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ପଡିବେ ଓ ଧୋକା ମଧ୍ୟ ଖାଇବେ। ସ୍ୱାସ୍ଥ୍ୟ ଦିଗରୁ ଅତ୍ୟନ୍ତ ଉତ୍ତମ ରହିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟସହଯୋଗ କରିବାକୁ ବାଧ୍ୟ ହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ। କର୍ମଜୀବିନୀମାନେ ଘର ଅପେକ୍ଷା  କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି  ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ। ପଢାପଢିରେ ମନ  ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ରହିଛି। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-

ଏ ସପ୍ତାହରେ ସମସ୍ତପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ଆୟ ମଧ୍ୟ ଉତ୍ତମ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଏ ସପ୍ତାହରେ ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ଏ ସପ୍ତାହରେ ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧାସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନଧରି ଅଧା ହୋଇପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏ ସପ୍ତାହରେ ପରାକ୍ରମ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟୀମାନେ ଯେକୌଣସି ଜାଗାରୁ ଧନଉପାର୍ଜନ କରିପାରିବେ ଓ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମହେବେ। ସଂପତ୍ତି କ୍ରୟକରିବା ପାଇଁ ଅତ୍ୟନ୍ତ ଶୁଭସମୟ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ।  ସମସ୍ତ ସମସ୍ୟା ଧିରେ ଧିରେ ଅପସରିଯିବ। ପ୍ରେମ-ପ୍ରସଙ୍ଗ ବା ଗୁପ୍ତ ବନ୍ଧୁ ବାହାରକୁ ପ୍ରକାଶ ପାଇବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ବିଶେଷକରି ବିଦ୍ୟାର୍ଥୀ-ମାନଙ୍କପାଇଁ ଏହାଏକ ସୁବର୍ଣ୍ଣସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!