ଦୈନିକ ରାଶିଫଳ: ୨୫ ଅପ୍ରେଲ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଅପ୍ରେଲ ୨୦୧୯

ମେଷ:-

ଗୁରୁ ଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ  ସଫଳତା ଓ ଲାଭପାଇବେ। ପ୍ରିୟଜନଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ  ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟ ରେ ସମସ୍ୟା ଦେଖାଦେବ। ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ। ଶୁଭ ସମାଚାର ମିଳିବାସହ ନିଜଲୋକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲଲାଭ ପାଇବେ। ଦୂରଯାତ୍ରାର ସୁଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ମହିଳା ମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତିରେ ଶତ୍ରୁବାଧା ଦୂରେଇ ଯାଇ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

ଅଧିକାରୀଙ୍କଠାରୁ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ନୂଆ ନିଯୁକ୍ତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!