ଦୈନିକ ରାଶିଫଳ: ୨୫ ଏପ୍ରିଲ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୫ତାରିଖ, ଶନିବାର, ମେଷ ମାସ ୧୩ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ଦିବା ୧୧ଟା ୫୩ମିନିଟ୍ ଗତେ ତୃତୀୟା ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବୋଇତି କଖାରୁ ଓ ପୋଟଳ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୧୦ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୧ମିନିଟ୍ ରୁ ୧୦ଟା ୩୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ।ଶାରୀରିକ କଷ୍ଟ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ବିବାଦୀୟ ପରିସ୍ଥିତି ସମାଧାନ ହୋଇ ଆୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବନ୍ଧୁଙ୍କ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସାମୟିକ ଶାରୀରିକ ପୀଡା ଭୋଗ କରି ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଲେଖାପଢାରୁ ଶୁଭଫଳ ମିଳିବା ଫଳରେ ଆତ୍ମନିର୍ଭର ଶୀଳ ହେବେ। ରାଜନୀତି କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅର୍ଥାଗମ ଦିଗ ଖୋଲା ରହିବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରିହେବ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। କାରବାରରେ ସ୍ଥିତି ଠିକ୍ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମାନସିକ ଶାନ୍ତି ମିଳିବା ସହ ଧାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗିଲେ ବି ଆଶାତୀତ ଲାଭ ପାଇବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଗୃହୋପକରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ। ଆର୍ଥିକସ୍ଥିତି ଭଲ ରହିବ। କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବା ଫଳରେ ଆଶୀର୍ବାଦ ପ୍ରାପ୍ତ ହେବ। ସବୁ ଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବା ସହ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!