ଦୈନିକ ରାଶିଫଳ: 25 ଏପ୍ରିଲ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୫ତାରିଖ, ରବିବାର, ମେଷମାସ ୧୨ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ, ଦିବା ୪ଟା ୧୪ମିନିଟ୍ ପରେ ବିରି ଜାତୀୟଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ସକାଳ ୫ଟା ୨୬ ମିନିଟ୍ ରୁ ୯ଟା ୩୭ ମିନିଟ୍, ଦିବା ୧ଟା ୨୦ ମିନିଟ୍ ରୁ ୧ଟା ୫୦ ମିନିଟ୍, ସନ୍ଧ୍ୟା ୬ଟା ୫୦ ମିନିଟ୍ ରୁ ରାତ୍ରି ୯ଟା ୪ ମିନିଟ୍, ରାତ୍ରି ୧୨ଟା ୮ ମିନିଟ୍ ରୁ ୧ଟା ୮ ମିନିଟ୍, ରାତ୍ରି୨ଟା ୩୫ ମିନିଟ୍ ରୁ ୩ଟା ୭ ମିନିଟ୍। ପର୍ବଦିନ- ଅନଙ୍ଗ ତ୍ରୟୋଦଶୀ, ଶିବ ଦମନକ ଚତୁର୍ଦ୍ଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟରେ ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଭଲ ଲାଭ ପାଇବେ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜକାର୍ଯ୍ୟରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ ସମସ୍ୟା ଅପସରି ଯିବ। ବ୍ୟବସାୟ କ୍ଷେତ୍ରରେ କାରବାରରେ ସୁଧାର ଆସିବା ଫଳରେ ମାନସିକ ଶାନ୍ତି ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ମାନସିକ ଶାନ୍ତି ମିଳିବ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-

ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯୋଗାଯୋଗ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନର ସୁଖବର ଶୁଣି ଖୁସି ହେବେ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଆର୍ଥିକସ୍ଥିତି ସୁଧୁରି ଯାଇ ଯଶ ପ୍ରତିଷ୍ଠା ମିଳିବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଛାତ୍ରଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ। ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପାରିବାରିକ ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। ବନ୍ଧୁ ମିତ୍ରଙ୍କ ଆଗମନ ଓ ସହଯୋଗରେ ଆଶାତୀତ ଲାଭ ପାଇବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଶତୃ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। କୌଣସି ନୂତନକର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର- ହଳଦୀଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!