୨୦୨୨ ମସିହା, ଏପ୍ରିଲ ମାସ ୨୫ ତାରିଖ, ସୋମବାର, ମେଷ ମାସ ୧୨ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଦଶମୀ ତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ରାତି ୮ଟା ୫୪ମିନିଟ୍ ପରେ ବ୍ରହ୍ମ ଯୋଗ । ବାଣିଜ୍ୟ କରଣ ଦିବା ୨ଟା ୧୩ମିନିଟ୍ ପରେ ବିଷ୍ଟି କରଣ । ମିଥୁନ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତ୍ରି ୧ଟା ୩୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୭ଟା ୧ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୨ଟା ୫୫ମିନିଟ୍ ରୁ ୪ଟା ୩୦ମିନିଟ୍, ରାତ୍ରି ୧୦ଟା ୨୦ମିନିଟ୍ ରୁ ୧୧ଟା ୪୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୭ଟା, ଦିବା ୧୦ଟା ୨୯ମିନିଟ୍ ରୁ ଦିବା ୧ଟା, ଦିବା ୪ଟା ୩୦ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୪୫ମିନିଟ୍ ରୁ ରାତ୍ର ୨ଟା ୨୩ମିନିଟ୍ ।
ମେଷ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ । ପାରିବାରିକ ଜୀବନରେ ସୁଖ-ଶାନ୍ତି ମିଳିବା ସହ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:-ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ଭୟ ଆଶଙ୍କା ଦୂରେଇ ଯିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ମାନସିକ ସୁସ୍ଥତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କନ୍ୟା:-ଶାରୀରିକ ଅସୁସ୍ଥତା ଦୂରେଇଯିବା ସହ ମନରେ ଥିବା ଭୟ ଆଶଙ୍କା ମଧ୍ୟ ଦୂରେଇଯିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ବକେୟା ଅର୍ଥ କିଛି ମିଳିବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-ସନ୍ତାନ ମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ସାହିତ୍ୟ, କଳା, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ । ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ଧନୁ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ଛାତ୍ରଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।