ଦୈନିକ ରାଶିଫଳ: ୨୫ ଅଗଷ୍ଟ ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୫ ତାରିଖ, ମଙ୍ଗଳବାର, ସିଂହ ମାସ ୧୦ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ଦିବା ୧୨ଟା ୨୨ମିନିଟ୍ ଗତେ ଅଷ୍ଟମୀ ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ସକାଳ ୮ଟା ୧୭ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ତାଳ, ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୨ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ୧ଟା ୨୧ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୫ଟା ୧୨ମିନିଟ୍, ସନ୍ଧ୍ୟା ୬ଟା ୪ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ୧୧ଟା ୨୪ମିନିଟ୍। ପର୍ବଦିନ- ରାଧାଷ୍ଟମୀ (ସ୍ମାର୍ତ୍ତ)।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ସରକାରୀ କର୍ମଚାରୀ ମାନଙ୍କର  କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ ଉନ୍ନତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟରେ ଉନ୍ନତି ଓ ଅତ୍ୟଧିକ ଲାଭ ପାଇବାର ଆଶା ଉଜ୍ଜଳ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହୋଇ ପାରେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ।କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ବରଂ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଆକସ୍ମିକ ଧନପ୍ରାପ୍ତି ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜସୁଧାରକ, ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟମିଡିଆ ବିଭାଗରେ କର୍ମରତଥିଲେ ବିଶେଷ ଲାଭବାନ ହେବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ଘନିଷ୍ଠତା ସୃଷ୍ଟିହେବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆର୍ଥିକ ଦିଗରୁ ଉନ୍ନତି ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପାରିବାରିକ ସମସ୍ୟାକୁ ସୁଧାରୀ ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପୁରାତନ ରୋଗରୁ ମୁକ୍ତି ପାଇବା ସହ ଆୟରସ୍ରୋତ ବୃଦ୍ଧିହେବ। ସାମାଜିକ କାର୍ଯ୍ୟରେ ଭାଗ ନେଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବା ସହ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ପରିବାରରେ ଆନନ୍ଦର ଲହରୀ ଖେଳି ଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସମାଜ ସେବାରେ ପ୍ରଶଂସିତ ହେବେ। ସନ୍ତାନ ସୁଖ ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ।  ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ଅପେକ୍ଷା ବ୍ୟୟ ଅଧିକ କରିବେ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଅକସ୍ମାତ ଧନଲାଭ ହେବ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୃହରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅୟସ, ଆରାମ, ଆମୋଦ ପ୍ରମୋଦରେ ଆଗ୍ରହ ବଢିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!