ଦୈନିକ ରାଶିଫଳ: 25 ଅଗଷ୍ଟ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୫ତାରିଖ, ଗୁରୁବାର, ସିଂହମାସ ୯ଦିନ, ଭାଦ୍ରବମାସ କୃଷ୍ଣପକ୍ଷ, ତ୍ରୟୋଦଶୀତିଥି ଦିବା ୧୦ଟା ୩୮ମିନିଟ୍ ପରେ ଚତୁର୍ଦ୍ଦଶୀତିଥି, ପୁଷ୍ୟା ନକ୍ଷତ୍ର ଦିବା ୪ଟା ୧୫ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବାଣିଜ୍ୟ କରଣ ଦିବା ୧୦ଟା ୩୮ମିନିଟ୍ ପରେ ବିଷ୍ଟି କରଣ । ତୁଳା, କୁମ୍ଭ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ ଦିବା ୧୦ଟା ୩୮ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୦ଟା ୩୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୬ମିନିଟ୍ ରୁ ସନ୍ଧ୍ୟା ୬ଟା ୪ମିନିଟ୍, ରାତ୍ରି ୧୧ଟା ୪୮ମିନିଟ୍ ରୁ ୧ଟା ୧୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । କୋର୍ଟ କଚେରୀ ମାମଲା ସମାଧାନ ହୋଇଯିବ । କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସମ୍ପତ୍ତି କ୍ରୟ କରିବେ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ତୁଳା:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ଅନେକ ଦିଗରୁ ଖୁସି ମିଳିବ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ ନକରିବା ଉଚିତ୍ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ନୂତନବନ୍ଧୁଙ୍କ ଆଗମନ ହେବ । ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବାଦବିବାଦ, କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରତିକାର-ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଅଫିସର, ସହକର୍ମୀମାନେ କାମର ପ୍ରଶଂସା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:- ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରେମୀକା ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!