ଦୈନିକ ରାଶିଫଳ: 25 ଡିସେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୨୫ତାରିଖ, ଶୁକ୍ରବାର, ଧନୁମାସ ୧୧ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ଅଶ୍ଵିନୀ ନକ୍ଷତ୍ର, ସକାଳ ୭ଟା ୩୬ମିନିଟ୍ ଗତେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୩ମିନିଟ୍ ରୁ ୭ଟା ୪ମିନିଟ୍, ସକାଳ ୭ଟା ୫୦ମିନିଟ୍ ରୁ ୯ଟା ୩ମିନିଟ୍, ଦିବା ୧୨ଟା ୯ମିନିଟ୍ ରୁ ୩ଟା ୧ମିନିଟ୍, ଦିବା ୩ଟା ୪୫ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪ମିନିଟ୍ ରୁ ରାତ୍ର ୮ଟା ୨୮ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ରାତ୍ର ୧ଟା ୫୮ମିନିଟ୍। ପର୍ବଦିନ:-ସର୍ବ ସମ୍ମତ ଗୋମତୀ ଏକାଦଶୀ, ବଡଦିନ, ଯୀଶୁ ଖ୍ରୀଷ୍ଟଙ୍କ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଜନକଲ୍ୟାଣ କାର୍ଯ୍ୟ ଇଛାନୁସାରେ ସମ୍ପନ୍ନ କରିବେ। ଆୟ ଊତ୍ତମସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ପଢିବା, ପଢେଇବା ଓ ଅନୁସନ୍ଧାନ ମାମଲାରେ ଆଗକୁ ଗତି କରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ଭଲ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରି ପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଅଫିସରେ ଟେନସନ ଦୂର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-

ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ସରକାରୀ କାମରେ ସଫଳତା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଶତୃମାନେ ଦୂରେଇ ଯିବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ତୁଳା:-

ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ମାଲିମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ସନ୍ତାନ ଯୋଗେ ଚିନ୍ତିତ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!