ଦୈନିକ ରାଶିଫଳ: ୨୫ ଡିସେମ୍ବର ୨୦୧୮, ମା ମଙ୍ଗଳାଙ୍କ ଚମତ୍କାର ରୁ ମଙ୍ଗଳବାର ଦିନ ଏହି ରାଶିର ଲୋକଙ୍କର ବଦଳିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଡିସେମ୍ବର ୨୦୧୮

ମେଷ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଦୂର ଯାତ୍ରା କରି କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ ଓ ରୋଜଗାର ସମସ୍ୟା ସୁଧୁରି ଯିବ। ପରୀକ୍ଷା- ପ୍ରତିଯୋଗିତା, ବାଦ-ବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ହସ ଖୁସିରେ ସମୟ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ସିଂହ:-

କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ ଓ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଋଣଭାର କମିଯିବ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ।  ପାରିବାରିକ ଜୀବନରେ ଶାନ୍ତି ପାଇବେ ଓ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ସାହାଯ୍ୟ ସହଯୋଗ ମିଳିବ। ମହିଳାମାନଙ୍କର ଅଧିକାରୀଙ୍କ ଠାରୁ ସହଯୋଗ ପାଇ କର୍ମ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ଭୋଗକରି ବାଣ୍ଟନ୍ତୁ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ମହିଳାମାନେ ରାଜନୈତିକ କ୍ଷେତ୍ରରେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:-

ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ କୀର୍ତ୍ତୀ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ ପ୍ରତିଯୋଗିତାରେ ସଫଳ ହେବେ। ନୂଆ ନିଯୁକ୍ତି ପାଇ ଚାକିରୀରେ ଉନ୍ନତି କରିବେ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ମହିଳାମାନେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବେରୋଜଗାରଙ୍କୁ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ମହିଳାମାନେ ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ବିଦ୍ୟାରେ ଉନ୍ନତି ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!