ଦୈନିକ ରାଶିଫଳ: ୨୫ ଡିସେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। ପ୍ରତିକାର ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। ଖେଳ ଓ ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।    

ସିଂହ:-

ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିରୋଧିମାନେ ଦୂରେଇଯିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର:-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ତୁଳା:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।

ବିଚ୍ଛା:-

ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ ଓ ସହଯୋଗରେ ଆଗକୁ ବଢିପାରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରେମପ୍ରସଙ୍ଗରେ ଉନ୍ନତି ହୋଇପାରେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!