୨୦୨୨ମସିହା, ଡିସେମ୍ବର ମାସ ୨୫ତାରିଖ, ରବିବାର, ଧନୁମାସ ୧୦ଦିନ, ପୌଷମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି ସକାଳ ୮ଟା ୨୪ମିନିଟ୍ ପରେ ତୃତୀୟାତିଥି କ୍ଷୟ, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବ୍ୟାଘାତ ଯୋଗ ରାତି ୧୨ଟା ୫୮ମିନିଟ୍ ପରେ ହର୍ଷଣ ଯୋଗ। କୌଳବ କରଣ ସକାଳ ୮ଟା ୨୪ମିନିଟ୍ ପରେ ତୈତିଳ କରଣ। ମେଷ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ ସକାଳ ୮ଟା ୨୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ସକାଳ ୮ଟା ୨୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୨୫ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ରି ୧ଟା ୨୫ମିନିଟ୍ ରୁ ୩ଟା ୪ମିନିଟ୍। ଶୁଭସମୟ- ସକାଳ ୭ଟା ୬ମିନିଟ୍ ରୁ ୯ଟା ୧୪ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୩ଟା, ଦିବା ୩ଟା ୪୫ମିନିଟ୍ ରୁ ୩ଟା ୪୮ମିନିଟ୍, ରାତ୍ର ୭ଟା ୫୦ମିନିଟ୍ ରୁ ୯ଟା ୩୩ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୨୪ମିନିଟ୍, ରାତ୍ର ୩ଟା ୫ମିନିଟ୍ ରୁ ୬ଟା ୨୧ମିନିଟ୍। ପର୍ବଦିନ- ବଡଦିନ, ଯୀଶୁଖ୍ରୀଷ୍ଟଙ୍କ ଜନ୍ମ, ଖ୍ରୀଷ୍ଟମାସ ପର୍ବ।
ମେଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ପ୍ରଶଂସିତ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଆୟ ବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
ସିଂହ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ତୁଳା:-ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।
ଧନୁ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅନ୍ଲାଇନ୍ ସପିଂରେ ବହୁତ ସଞ୍ଚୟ କରିପାରିବେ। ପରିବାରର ସଦସ୍ୟମାନେ ବହୁତ ଖୁସି ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
କୁମ୍ଭ:-ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ। ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ ଓ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।