ଦୈନିକ ରାଶିଫଳ: ୨୫ ଫ୍ରେବୃୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୫ତାରିଖ, ମଙ୍ଗଳବାର, କୁମ୍ଭ ମାସ ୧୩ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୭ ରୁ ୧୦ଟା ୪୯ମି, ଦିବା ୧ଟା ୧୦ ରୁ ୧ଟା ୨୫ମି, ଦିବା ୪ଟା ୨୦ ରୁ ୪ଟା ୫୮ମି, ସନ୍ଧ୍ୟା ୫ଟା ୪୭ ରୁ ୬ଟା ୩୫ମି, ରାତ୍ର ୯ଟା ୫ ରୁ ୧୧ଟା ୩୩ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:

ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

ବୃଷ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାଂସାରିକ ଜୀବନ ସୁଖମୟ ହେବ। ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କର୍କଟ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପରିବା ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଲାଭ କରିବେ। ପ୍ରତିକାର:-ଅସହାୟକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଭଫଳ ପ୍ରାପ୍ତିହେବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:– ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସହକର୍ମୀ ମାନଙ୍କର ସମର୍ଥନ ସହ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ।  ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍।  ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।  ଘାତ

କୁମ୍ଭ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- 

ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ।  କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଗଛିତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!