ଦୈନିକ ରାଶିଫଳ: 25 ଫେବୃୟାରୀ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ମନକୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୫ତାରିଖ, ଗୁରୁବାର, କୁମ୍ଭମାସ ୧୪ଦିନ, ମାଘମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ପୁଷ୍ୟା ନକ୍ଷତ୍ର, କର୍କଟରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୧୯ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୩ମିନିଟ୍ ରୁ ୭ଟା ୪୪ମିନିଟ୍, ଦିବା ୧୦ଟା ୫୧ମିନିଟ୍ ରୁ ୧ଟା ୮ମିନିଟ୍ । ପର୍ବଦିନ- ଜୋରନ୍ଦା ମହିମା ଗାଦିରେ ମେଳା ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ରାଜନୀତିରେ ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଋଣଭାର କମିଯିବା ସହିତ ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ମିଥୁନ:-

କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରୋଜଗାର ସମସ୍ୟା ସୁଧୁରି ଯାଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

କୃଷିଜାତ ଦ୍ରବ୍ୟ ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପୁରୁଣା ରୋଗରୁ ଉପସମ ମିଳିବ । ମାଲିମୋକଦ୍ଦମାରେ ସମ୍ମାନ ପ୍ରତିଷ୍ଠା ଅତୁଟ ରହିବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କ ଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

କୁମ୍ଭ:-

ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ । ଆର୍ଥିକ ଉନ୍ନତି ଦେଖାଦେବ । କର୍ମସଂଧାନୀ ମାନେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା, ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ଖୁସିହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । କର୍ମଜୀବିମାନଙ୍କର ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଅଚାନକ ଧନପ୍ରାପ୍ତି, ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!